୧୪୩ କୋରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌) : ରାଜ୍ୟରେ ଆଜି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । ୧୪୩ କୋରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଆଜି ଚିହ୍ନଟ ହୋଇଥିବା ୧୪୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୧ ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦ ଜଣ ଗୁଜୁରାଟରୁ, ୪ ଜଣ ମହାରାଷ୍ଟ୍ରରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨୧ ଜଣ ଗୁଜୁରାଟ/ମହାରାଷ୍ଟ୍ରରୁ ଫେରି ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ମହାରାଷ୍ଟ୍ରରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଛନ୍ତି । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୩ ଜଣ ଗୁଜୁରାଟରୁ, ୮ ଜଣ ତାମିଲନାଡୁରୁ, ୩ ଜଣ ତେଲେଙ୍ଗାନାରୁ ଫେରିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ସୁରଟ ଏବଂ ଜଣେ ଦିଲ୍ଲୀରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ ମହାରାଷ୍ଟ୍ରରୁ, ଜଣେ ତେଲେଙ୍ଗାନାରୁ ଏବଂ ଜଣେ ଦିଲ୍ଲୀରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ରାୟଗଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଦିଲ୍ଲୀରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଦେବଗଡରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତେଲେଙ୍ଗାନାରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ । ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ଗୁଜୁରାଟରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ୨ ଜଣ ତାମିଲନାଡୁରୁ ଫେରିଛନ୍ତି । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର ଏବଂ ଜଣେ କର୍ଣ୍ଣାଟକରୁ ଫେରି ସକ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

Leave a Reply

Your email address will not be published.