୬୩ କୋରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସମସ୍ତ ୬୩ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୩ ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
୬୩ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୪, ବାଲେଶ୍ୱରରୁ ୩, ଖୋର୍ଦ୍ଧାରୁ ୧୨, କଟକରୁ ୩, ପୁରୀରୁ ୧, ନୟାଗଡ଼ରୁ ୭, ବଲାଙ୍ଗୀରରୁ ୬ , ଜଗତସିଂହପୁରରୁ ୧୧, ସୁନ୍ଦରଗଡ଼ରୁ ୨, ଢ଼େଙ୍କାନାଳରୁ ୯ଜଣ, ମୟୁରଭଞ୍ଜ, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସଂପୃକ୍ତ ଆକ୍ରାନ୍ତ ମଧ୍ୟରୁ ଭୁବନେଶ୍ବର ମହାନଗର ଅଞ୍ଚଳରୁ ୨ଜଣ ଆକ୍ରାନ୍ତ ରହିଛନ୍ତି। ୨ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ଜଣେ ଓ ଦିଲ୍ଲୀରୁ ଅନ୍ୟ ଜଣେ ଫେରିବା ପରେ ସଂକ୍ରମିତଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରେ ରଖାଯାଇଛି। ବାକି ୧୦ଜଣ ଆକ୍ରାନ୍ତ ଖୋର୍ଦ୍ଧା ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୫ଜଣ, ଗୁଜରାଟରୁ ୩ଜଣ ଥିବା ବେଳେ ୨ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮ଜଣଙ୍କୁ କ୍ବାରେଣ୍ଟାଇନ ସେଣ୍ଟରରେ ରଖାଯାଇଛି । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଦୁଇ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଛତିଶଗଡରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗରୁ ଫେରିଥିବା ୬ ଜଣ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।ସେହିପରି ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଚିହ୍ନଟ ହୋଇଥିବା ୬ ଜଣ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨ ଜଣ ଗୁଜୁରାଟରୁ, ୨ ଜଣ ତାମିଲନାଡୁରୁ , ଜଣେ ତେଲେଙ୍ଗାନାରୁ, ୨ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଝାରସୁଗୁଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନବରଙ୍ଗପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କୋରାପୁଟ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଆନ୍ଧ୍ରପ୍ରଦେଶରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ସେହିପରି ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର, ଜଣେ ପଶ୍ଚିମବଙ୍ଗ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।