୯୬ ଆକ୍ରାନ୍ତଙ୍କ ତଥ୍ଯ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୯୬ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ୯୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ,ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତେଲେଙ୍ଗାନାରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ସୁରଟରୁ, ୩ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ଦେବଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।ସେହିପରି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ଗୁଜୁରାଟରୁ, ଦୁଇ ଜଣ ପଶ୍ଚିମବଙ୍ଗରୁ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ଗୁଜୁରାଟ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ରାଜସ୍ଥାନରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆବୁଧାବି, ଜଣେ ଦୁବାଇ ଏବଂ ୪ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆବୁଧାବି, ଜଣେ ଦୁବାଇ ଏବଂ ୪ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ l

Leave a Reply

Your email address will not be published. Required fields are marked *