ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ଅନ୍ୟ ଅଧିକାରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରଗତି ପାଇଁ ଅଧିକ ପ୍ରତିବଦ୍ଧତା ଜରୁରୀ। ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ କର୍ମଚାରୀ ସଂଘ କର୍ମକର୍ତ୍ତାଙ୍କୁ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ବିକାଶ, ପ୍ରଗତି ପାଇଁ ଦୃଢ଼ତାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସେପଟେ ପଞ୍ଚାୟତ, ପୌର ନିର୍ବାଚନରେ ଆଖିଦୃଶିଆ ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି ସୁନିଲ ବଂଶଲ ଓ ଉନ୍ନୟନ କମିଶନର ପି.କେ. ଜେନା। ସେହିପରି ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ବିଭିନ୍ନ ପଦାଧିକାରୀ। ବିଭିନ୍ନ ସଂଘର କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସମୟରେ ଉପସ୍ଥିତ ଥିଲେ 5T ସଚିବ ଭି.କେ. ପାଣ୍ଡିଆନ୍।

Leave a Reply

Your email address will not be published. Required fields are marked *