ନିୟମିତ ଟ୍ରେନ୍ଯାତ୍ରୀଙ୍କ ଲାଗି ପୂର୍ବତଟ ରେଳବାଇର ଘୋଷଣା: ପୁଣି ଚାଲିଲା ମାସିକିଆ ପାସ୍-ଏମ୍ଏସ୍ଟି
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବ ତଟ ରେଳପଥ କେତେକ ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ (ଏମଏସଟି) / ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି | ତେବେ ଏହି ଟ୍ରେନଥ ବ୍ୟତୀତ ଅନ୍ୟ ଟ୍ରେନ୍ରେ ମାସିକିଆ ସିଜ୍ ଟିକଟ୍କୁ ଅନୁମତି ମିଳି ନାହିଁ। ଯେଉଁ ଟ୍ରେନ୍ଗୁଡ଼ିକ ପାଇଁ ଏମ୍ଏସ୍ଟି ଓ କ୍ୟୁଏସ୍ଟି ଲାଗୁ ହୋଇଛି ସେଗୁଡ଼ିକ ହେଲା:
01. 08428/08427 ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ |
02. 08456/08455 ଖୋର୍ଦ୍ଧା ରୋଡ୍-କେନ୍ଦୁଝରଗଡ-ଖୋର୍ଦ୍ଧା ରୋଡ୍ ବିଶେଷ ଟ୍ରେନ |
03. 08522/08521 ବିଶାଖାପାଟନମ୍-ଗୁଣୁପୁର-ବିଶାଖାପା
04. 08528/08527 ବିଶାଖାପାଟନମ୍-ରାୟପୁର-ବିଶାଖାପା
05. 08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ବିଶେଷ ଟ୍ରେନ |
06. 07266/07265 ବିଶାଖାପାଟନମ୍-କାକିନଡା ବନ୍ଦର-ବିଶାଖାପାଟନମ୍ ବିଶେଷ ଟ୍ରେନ |
ଉପରୋକ୍ତ ଟ୍ରେନ ଗୁଡିକ ବ୍ୟତୀତ ଯାତ୍ରୀ ମାନେ ଚଳାଚଳ କରୁଥିବା ଅନ୍ୟ ବିଶେଷ ଟ୍ରେନ ମାନଙ୍କରେ ସିଜିନ ଟିକେଟ୍ (ଏମଏସଟି) / ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଯାତ୍ରା କରିବାକୁ ରେଳ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇନାହିଁ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।