ଜାଣନ୍ତୁ କେଉଁ ତାରିଖରେ କେଉଁ ନିର୍ବାଚନ ମଣ୍ଡଳୀରେ ଭୋଟ
ଆଜି ଭାରତର ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣ ପ୍ରକ୍ରିୟା ଏପ୍ରିଲ ୧୧ରୁ ଆରମ୍ଭ ହୋଇ ଏପ୍ରିଲ ୨୯ରେ ଶେଷ ହେବ ବୋଲି କାର୍ଯ୍ୟକ୍ରମ ସ୍ଥିର ହୋଇଛି।

ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୧ରେ ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ସହିତ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କଳାହାଣ୍ଡି ଲୋକସଭାର ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ନବରଙ୍ଗପୁର ଲୋକସଭାର ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନାଗିରି, ଚିତ୍ରକୋଣ୍ଡା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ବ୍ରହ୍ମପୁର ଲୋକସଭାର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କୋରାପୁଟ ଲୋକସଭାର ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୮ ତାରିଖରେ ପଶ୍ଚିମ ଓଡ଼ିଶାର ବରଗଡ଼,ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ ଓ ଆସିକା ଲୋକସଭା ସହିତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ବରଗଡ଼ ଲୋକସଭାର ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ସୁନ୍ଦରଗଡ଼ ଲୋକସଭାର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଆସ୍କା ଲୋକସଭାର ପୋଲସରା, କବିସୂର୍ୟ୍ୟନଗର, ଖଲିକୋଟ, ଆସ୍କା, ସୁରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କନ୍ଧମାଳ ଲୋକସଭାର ବାଲିଗୁଡ଼ା, ଜି ଉଦୟଗିରି, ଫୁଲବାଣୀ, କଂଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ବଲାଙ୍ଗୀର ଲୋକସଭାର ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଂଟାବାଞ୍ଝୀ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ତୃତୀୟ ପର୍ଯ୍ୟାୟରେ ଏପ୍ରିଲ ୨୩ ତାରିଖରେ ଢ଼େଙ୍କାନାଳ, ସମ୍ୱଲପୁର, କେଉଁଝର, କଟକ, ଭୁବନେଶ୍ୱର ଓ ପୁରୀ ଲୋକସଭା ସହିତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ସମ୍ବଲପୁର ଲୋକସଭାର କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କେନ୍ଦୁଝର ଲୋକସଭାର ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଢେଙ୍କାନାଳ ଲୋକସଭାର ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଳଲହଡ଼ା, ତାଳଚେର, ଅନୁଗୁଳ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କଟକ ଲୋକସଭାର ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଖଣ୍ଡପଡ଼ା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ପୁରୀ ଲୋକସଭାର ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଚିଲିକା, ରଣପୁର, ନୟାଗଡ଼ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଭୁବନେଶ୍ୱର ଲୋକସଭାର ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଚତୁର୍ଥ ପର୍ଯ୍ୟାୟରେ ଏପ୍ରିଲ ୨୯ ତାରିଖରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ସହିତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ମୟୂରଭଞ୍ଜ ଲୋକସଭାର ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷୀ, ଉଦଳା, ବାରିପଦା, ମୋରଡ଼ା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ବାଲେଶ୍ୱର ଲୋକସଭାର ବଡ଼ସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଭଦ୍ରକ ଲୋକସଭାର ସୋରୋ, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଯାଜପୁର ଲୋକସଭାର ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
କେନ୍ଦ୍ରାପଡ଼ା ଲୋକସଭାର ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।
ଜଗତସିଂହପୁର ଲୋକସଭାର ନିଆଳୀ, ପାରାଦୀପ, ତିର୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯିବ।