ସୁରକ୍ଷାକର୍ମୀଙ୍କୁ ବଡ ସଫଳତା, ଡବଲ ଏନକାଉଣ୍ଟରରେ ୫ ଆତଙ୍କବାଦୀ ସଫା
ଶ୍ରୀନଗର, (ଓଡିଶା ଟାଇମ୍): ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା । ଭାରତୀୟ ଯବାନଙ୍କ ଗୁଳିରେ ଗୁଳିରେ ୫ ଆତଙ୍କବାଦୀଙ୍କୁ ସଫା । କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ପୁଲୱାମା ଅଞ୍ଚଳର ପୋଚାଲ ଅଞ୍ଚଳରେ ସୁରକ୍ଷା ବାହିନୀ ବଡ଼ ସଫଳତା ହାସଲ କରିଛି । ଏହି ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ ।
ଅନ୍ୟପକ୍ଷରେ କୁଲଗାମ ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆଉ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀରର ଆଇଜିପି ବିଜୟ କୁମାର କହିଛନ୍ତି ଯେ ଗତ ୫ ଘଣ୍ଟା ମଧ୍ୟରେ ସୁରକ୍ଷା ବାହିନୀ ଦ୍ୱାରା ୫ ଆତଙ୍କବାଦୀ ନିହତ ହୋଇଛନ୍ତି । ବିନା କୌଣସି କ୍ଷତିରେ ଅପରେସନ୍ ଚଳାଇଥିବାରୁ ଆଇଜିପି ପୋଲିସ ଏବଂ ସୁରକ୍ଷା ବାହିନୀକୁ ଅଭିନନ୍ଦନ ଜଣାଇଛି ।
ସୂଚନାଯୋଗ୍ୟ ଯେ, ଗୁରୁବାର ଦିନ ଜାମ୍ମୁ କାଶ୍ମୀରର କୁଲଗାମ ଏବଂ ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ସହିତ ଦୁଇଟି ପୃଥକ ମୁକାବିଲାରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ କୁଲଗାମ ଜିଲ୍ଲାର ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।
#UPDATE | One more unidentified terrorist killed (total=2). Search going on. Further details shall follow: Kashmir Zone Police
— ANI (@ANI) July 7, 2021