କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ , ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜକୋଟ, (ଓଡିଶା ଟାଇମ୍) :ଗୁଜରାଟ ରାଜକୋଟରେ ଥିବା ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ ରାଜକୋଟ ସ୍ଥିତ ଉଦୟ ଶିବାନନ୍ଦ ହସ୍ପିଟାଲରେ ନିଆଁ ଲାଗିଯାଇଥିଲା । ହସ୍ପିଟାଲର ଆଇସିୟୁ ୟୁନିଟ୍ ରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଆଇସିୟୁରେ ୧୧ ଜଣ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ହସ୍ପିଟାଲରେ ମୋଟ୍ ୩୩ ଜଣ ସଂକ୍ରମିତଙ୍କ ଚିକିତ୍ସା ଚାଲିଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି ।

ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ମ୍ୟୁନିସିପାଲିଟି କମିଶନରଙ୍କ ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ  ଘଟଣା ସଂପର୍କରେ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *