ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ
ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡିରେ ସାମିଲ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । କିଛି ଦିନ ତଳେ କଂଗ୍ରେସ ଛାଡିଥିଲେ ପ୍ରଫୁଲ୍ଲ । ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ବିଜୁ ଜନତା ଦଳରେ ମିଶିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଭାବମୂର୍ତ୍ତିକୁ ଦେଖି ବିଜେଡିରେ ସାମିଲ ହୋଇଥିବା ସେ ପ୍ରକାଶ କରିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ । କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିଲେ ପ୍ରଫୁଲ୍ଲ ମାଝୀ । ୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ । ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ହାରିଯାଇଥିଲେ ପ୍ରଫୁଲ୍ଲ ମାଝୀ ।