ସ୍ଵାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର (ଓଟି): ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ବିଭିନ୍ନ ମହଲରେ ଦୁଃଖ ପ୍ରକାଶ ପାଇଛି ଶ୍ରୀ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ସୂଚନା ଅନୁସାରେ ହୃଦରୋଗରେ ପୀଡ଼ିତ ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିବାକୁ ହସ୍ପିଟାଲର ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ। ଏଥିସହ ଏକ ସ୍ଵତନ୍ତ୍ର ଦଳ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave a Reply

Your email address will not be published.