୪୮ଘଣ୍ଟାରେ ଲଘୁଚାପର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୪୮ଘଣ୍ଟାରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ୧୦ ତାରିଖରୁ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାରେ ନିର୍ଧୁମ ବର୍ଷିବ । ୧୧ ତାରିଖରେ ମଧ୍ୟ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୌସୁମୀ ଆସିବାକୁ ଏହି ବର୍ଷା ସୁହାଇବ ବୋଲି ବିଭାଗ କହିଛି । ବିଶେଷ କରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼ ଓ ସମ୍ବଲପୁର।

ସେହିଭଳି ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ। ତାସହ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପହଞ୍ଚିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।

Leave a Reply

Your email address will not be published.