ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର, (ଓଡିଶା  ଟାଇମ୍): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଜେଲ୍‌ ଯାଇଥିବା  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଜାମିନ । ପ୍ରଶାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ସର୍ତ୍ତ ରଖି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହାବାଦ ଅନ୍ୟାନ୍ୟ ସର୍ତ୍ତ ରଖି ନିମ୍ନ ଅଦାଲତ ପ୍ରଶାନ୍ତଙ୍କୁ ଜାମିନରେ ଛାଡ଼ିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଗତ ୮ ତାରିଖରେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବୋଦନ ଖାରଜ ହୋଇଥିଲା । ଖୋର୍ଦ୍ଧା କୋର୍ଟରେ କରିଥିବା ଜାମିନ୍ ଆବେଦନ ଖାରଜ ପରେ ଚିଲିକା ବିଧାୟକଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଥିଲା । ଖୋର୍ଦ୍ଧା ଏଡିଜେ-୧ ଅଦାଲତ ତାଙ୍କର ଜାମିନ ଖାରଜ କରିଥିଲେ । ପୂର୍ବ ପ୍ରସ୍ତୁତି ଅନୁସାରେ କୋର୍ଟରେ ପ୍ରଶାନ୍ତ ଜଗଦେବ ଆତ୍ମସମର୍ପଣ କରିଥିଲେ । ବିଧାୟକ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ ।

ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ । ଏହାର ବିଚାର କରି କୋର୍ଟ ଏହାକୁ ଖାରଜ କରିଦେଇଥିଲେ । ତେବେ ଗୁରୁବାର ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି ।

Leave a Reply

Your email address will not be published.