ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୨,୬୯୫ ଆକ୍ରାନ୍ତ ଓ ୬୦୬ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୯ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪,୯୧୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୩୨,୬୯୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୦୬ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୩,୩୧,୧୪୬ ରହିଛନ୍ତି।

ଏହା ବ୍ୟତୀତ ୬ ଲକ୍ଷ ୧୨ହଜାର ୮୧୪ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୨,୭୫,୬୪୦ ରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧,୧୬,୯୯୩ ରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।

Leave a Reply

Your email address will not be published.