ଦେଶରେ ୧୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୩୪ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୦,୦୩,୮୩୨ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫, ୬୦୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୩୪,୯୫୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୮୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୩,୪୨,୪୩୭ ରେ ପହଞ୍ଚିଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏହା ବ୍ୟତୀତ ୬ ଲକ୍ଷ ୩୫ ହଜାର ୭୫୭ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୨,୮୪,୨୮୧ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧,୧୮,୬୪୫ ହଜାରରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।

Leave a Reply

Your email address will not be published.