ଆଜି ଖୋଲିବ ହୀରାକୁଦ ଜଳଭଣ୍ଡାରର ଗେଟ୍, ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ହୀରାକୁଦ, (ଓଡିଶା ଟାଇମ୍) :  ଆଜି ହୀରାକୁଦ ଛାଡିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୧୦ଟା ପରେ ଯେକୌଣସି ସମୟରେ ଛଡାଯିବ ବନ୍ୟାଜଳ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୧୭.୯୫ ଫୁଟ୍ ରହିଛି।

ଏନେଇ ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ତଳମୁଣ୍ଡର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି । ତଳମୁଣ୍ଡରେ ଥିବା ଜିଲ୍ଲାଗୁଡିକରେ ମହାନଦୀ ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି ।

ସେପଟେ ମାଇକ୍ ଯୋଗେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଉଛି । ବୁଧବାରର ରିପୋର୍ଟ ଅନୁସାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଥିଲା ୬୧୬ ଫୁଟ୍ । ଉପର ମୁଣ୍ଡର ପ୍ରବଳ ବର୍ଷା ଓ ଜଳଭଣ୍ଡାରକୁ ଜଳ ପ୍ରବେଶ ପାଇଁ ଚଳିତ ଥର ଗତବର୍ଷ ଅପେକ୍ଷା ଶୀଘ୍ର ଗେଟ୍ ଖୋଲାଯିବ ।

Leave a Reply

Your email address will not be published.