ଖୋର୍ଦ୍ଧାରେ ପ୍ରତିଷ୍ଠା ହେବ ଭାରତୀୟ ଡାଲି ଗବେଷଣା ପ୍ରତିଷ୍ଠାନର ଆଞ୍ଚଳିକ କେନ୍ଦ୍ର
ଭୁବନେଶ୍ବର, (ଓଡିଶା ଟାଇମ୍) :ଖୋର୍ଦ୍ଧା ଜିଲାରେ ଭାରତୀୟ ଡାଲି ଗବେଷଣା ପ୍ରତିଷ୍ଠାନ (ଆଇଆଇପିଆର)ର ଆଞ୍ଚଳିକ କେନ୍ଦ୍ର ପ୍ରତିଷ୍ଠା ହେବ। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏହାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ସେ ଭୋପାଳ ଏବଂ ବିକାନେରରେ ଆଇଆଇପିଆର ଆଞ୍ଚଳିକ କେନ୍ଦ୍ରର କାର୍ଯ୍ୟାଳୟ ଓ ପରୀକ୍ଷାଗାର ଭବନକୁ ଉଦ୍ଘାଟନ କରିଛନ୍ତି।
ଆଇଆଇପିଆର ପକ୍ଷରୁ ଆୟୋଜିତ ବିଶ୍ଵ ଡାଲି ଦିବସ ପାଳନ ସମାରୋହରେ ତୋମାର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଶିଳାନ୍ୟାସ ଏବଂ ଉଦ୍ଘାଟନ କରିଥିଲେ। ଏହି ଅବସରରେ ‘ଆତ୍ମନିର୍ଭରଶୀଳତା ଏବଂ ପୋଷଣ ନିରାପତ୍ତା’ ଶୀର୍ଷକ ଏକ ୩ ଦିନିଆ ଜାତୀୟ ସେମିନାର ଆୟୋଜନ କରାଯାଇଥିଲା। ଏଥିରେ ୭୦୦ରୁ ଅଧିକ ବୈଜ୍ଞାନିକ, ଗବେଷକ, ନୀତି ନିର୍ଦ୍ଧାରକ, ଛାତ୍ରଛାତ୍ରୀ ଓ କୃଷକମାନେ ଅଂଶଗ୍ରହଣ କରିଥିଲେ, ଯେଉଁମାନେ ଡାଲି ଓ ପୋଷଣ ନିରାପତ୍ତା ଉପରେ ବ୍ୟାପକ ବିଚାର ଆଲୋଚନା କରିଥିଲେ।
ତୋମାର ଆହୁରି କହିଥିଲେ ଯେ, ଏକ ଆକଳନ ଅନୁଯାୟୀ, ୨୦୫୦ ସୁଦ୍ଧା ୩୨୦ ଲକ୍ଷ ଟନ ଆବଶ୍ୟକତା ଦେଖାଦେବ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ ପରେ ଡାଲି ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ ପାଇଛି, ଯାହାଫଳରେ ଦେଶ ୧୪ ହଜାର କୋଟି ଟଙ୍କା ସଞ୍ଚୟ କରିପାରିଛି।