ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬୨ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୨,୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୬୨ ହଜାର ୭୯୩ରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *