ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୫୨,୦୫୦ ଆକ୍ରାନ୍ତ ଓ ୮୦୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୮ ଲକ୍ଷରୁ ଅଧିକ ଟପିଛି ।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮, ୯୩୮ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୨,୦୫୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୦୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୫,୮୬,୨୯୮ ରହିଛି ।

ଏହା ବ୍ୟତୀତ ୧୨ ଲକ୍ଷ ୩୦ ହଜାର ୫୧୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ଦିଲ୍ଲୀରେ ୪୦୨୧ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୫ ହଜାର ୮୪୨ ରହିଛି ।

Leave a Reply

Your email address will not be published.