ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ୨୪ ଘଣ୍ଟାରେ ୫୩,୬୦୧ ଆକ୍ରାନ୍ତ ଓ ୮୭୧ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫,୨୫୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୩,୬୦୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୭୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୩୯,୯୨୯ ରହିଛି ।
ଏହା ବ୍ୟତୀତ ୧୫ ଲକ୍ଷ ୮୩ ହଜାର ୪୯୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।
ମହାରାଷ୍ଟ୍ରରେ ଏଯାଏଁ ୧୪୮୦୪୨ ଲକ୍ଷରୁ ଅଧିକ ଏବଂ ଦିଲ୍ଲୀରେ ୧୦ ହଜାର ୩୪୬ରୁ ଅଧିକ ଆକ୍ଟିଭ୍ କେସ୍ ଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୧୩୧ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୮,୦୫୦ ରହିଛି ।