ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୬୩,୪୮୯ ଆକ୍ରାନ୍ତ ଓ ୯୪୪ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍)): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୫ ଲକ୍ଷରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯, ୯୮୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୬୩,୪୮୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୯୪୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୭୭,୪୪୪ ରହିଛି ।
ଏହା ବ୍ୟତୀତ ୧୮ ଲକ୍ଷ ୬୨ ହଜାର ୨୫୮ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୧୮୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୯ ହଜାର ୭୪୯ ରହିଛି ।