ଦେଶରେ ୨୧ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୬୪ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୮୬୧ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୧ ଲକ୍ଷରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩, ୩୭୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୬୪,୩୯୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୮୬୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୨୮,୭୪୭ ରହିଛି ଏବଂ ଭାରତରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଲକ୍ଷ ୫୩ ହଜାର ୦୧୧ ରେ ପହଞ୍ଚିଛି ।
ଏହା ବ୍ୟତୀତ ୧୪ ଲକ୍ଷ ୮୦ ହଜାର ୮୮୫ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୧୦,୬୬୭ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧ ଲକ୍ଷ ୪୭ ହଜାର ୩୫୫ ରହିଛି ।