ଦେଶରେ ୫୩ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା; ଗୋଟିଏ ଦିନରେ ପୁଣି ୬୯ ହଜାରରୁ ଅଧିକ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୮ ଲକ୍ଷ ୩୬ ହଜାର ୯୨୬ରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩,୮୬୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୬୯,୬୫୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୯୭୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୮୬,୩୯୫ ରହିଛି।

ଏହା ବ୍ୟତୀତ ୨୦ ଲକ୍ଷ ୯୬ ହଜାର ୬୬୫ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୧ ଲକ୍ଷ ୬୦ ହଜାର ୭୨୮ରୁ ଅଧିକ ଆକ୍ଟିଭ୍ କେସ୍ ରହିଥିବା ବେଳେ ଦିଲ୍ଲୀରେ ୧୧ ହଜାର ୧୩୭ରୁ ଅଧିକ ରହିଛି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୨୩୫ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୨୧ ହଜାର ୦୩୩ ରହିଛି ।

ସେହିପରି ବିଶ୍ୱରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨,୨୩,୨୮,୦୬୯ରେ ରହିଛି। ଜନ ହପକିନ୍ସ ଯୁନିଭର୍ସିଟିର ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରାୟ ୧୮୮ରୁ ଅଧିକ ଦେଶକୁ କରୋନା ଭାଇରସ୍ ବ୍ୟାପିଥିବା ବେଳେ ଏହାର ସଂକ୍ରମଣରେ ଏଯାବତ୍ ପ୍ରାୟ ୭ ଲକ୍ଷ ୮୬ ହଜାର ୩୦୩ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.