ଦେଶରେ ବଢୁଛି କରୋନା ସଂକ୍ରମଣ; ଦିନକରେ ୪୭,୭୦୪ ଆକ୍ରାନ୍ତ ଓ ୬୫୪ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।

ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୪ ଲକ୍ଷ ୮୩ ହଜାର ୧୫୭ରେ ପହଞ୍ଚିଛି ।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩,୪୨୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୪୭,୭୦୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୫୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୪,୯୬,୯୮୮ ରହିଛି।

ଏହା ବ୍ୟତୀତ ୯ ଲକ୍ଷ ୫୨ ହଜାର ୭୪୪ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି।

Leave a Reply

Your email address will not be published.