ଭାରତରେ ୨୩ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୮ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩,୧୭୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୨୮,୭୦୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୫୦୦ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୩,୦୧,୬୦୯ ରହିଛନ୍ତି।

ଏହା ବ୍ୟତୀତ ୫ ଲକ୍ଷ ୫୩ହଜାର ୪୭୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି।

ମହାରାଷ୍ଟ୍ରରେ ଏଯାଏଁ ୨ ଲକ୍ଷ ୫୪ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧ ଲକ୍ଷ ୧୨ ହଜାର ୪୯୪ ରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।

Leave a Reply

Your email address will not be published.