କରୋନା ନେଲା ଆଉ ଏକ ଯୁବ ସାମ୍ବାଦିକଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୁଦ୍ଧରେ ହାରିଗଲେ ଓଡିଶାର ଯୁବ ସାମ୍ବାଦିକ । କରୋନା ସହ ଲଢେଇ କରି ଶେଷରେ ଜୀବନ ହାରିଲେ ଆଉ ଜଣେ ସାମ୍ବାଦିକ । ଘରୋଇ ନ୍ୟୁଜ୍ ଚ୍ୟାନେଲ ନ୍ୟୁଜ୍ ୧୮ ଓଡିଆର ଯୁବ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନ ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଛନ୍ତି ।
ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟି ନ ଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି।
ସୂଚନା ଅନୁଯାୟୀ, କିଛି ଦିନ ତଳେ ପ୍ରବୀରଙ୍କ ବାପା ମଧ୍ୟ କରୋନାରେ ଆକ୍ରାନ୍ତ ପ୍ରାଣ ହରାଇଥିଲେ । ଏବେ ପୁଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।