ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :  ପଟାଙ୍ଗୀ ବିଧାୟକ ପୀତମ ପାଢ଼ୀଙ୍କୁ କରୋନା । ଗତକାଲି ଆଂଟିଜେନ୍ ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ଘରୋଇ ସଂଗରୋଧ କେନ୍ଦ୍ରରେ ସୁସ୍ଥ ଥିବା ନେଇ କନକ ନ୍ୟୁଜକୁ ସୂଚନା ଦେଇଛନ୍ତି । ଏହା ପୂର୍ବରୁ ରାଜ୍ୟର  ୮ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି ।

ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ସଂକ୍ରମିତ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *