କୋଟିପତି ବିରଞ୍ଚି ସାହୁ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍): ଶେଷରେ ଗିରଫ ହେଲେ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ । ଗତକାଲି OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ୩ କୋଟି ୭୯ ଲକ୍ଷର ସଂପତ୍ତି ଜବତ, ନଗଦ ୨୫ ଲକ୍ଷ ସହ ଦେଢ଼ କେଜି ସୁନା ଗହଣା ଜବତ ହୋଇଥିଲା ।

ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର । ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍‌ । ଗୋଟିଏ କାର୍‌, ୨ ଟି ବାଇକ୍‌, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା । ତା’ଛଡା ଶ୍ରୀ ସାହୁଙ୍କ ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ ।

ହେଲେ ବ୍ୟାଙ୍କ୍‌ ଓ ଲକରରେ ଥିବା ସମ୍ପତ୍ତି ଆକଳନ କରିପାରିନି ଭିଜିଲାନ୍ସ । ଆସନ୍ତା କାଲି ତାଙ୍କ ସମ୍ପତ୍ତି ଯାଞ୍ଚ କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ସୂଚନା ଦେଇଛନ୍ତି । ସବୁ ଠାରୁ ବଡ଼ କଥା ହେଲା ତାଙ୍କ ସମ୍ପର୍କୀୟଙ୍କ ନାଁରେ କୋଟି କୋଟି ଟଙ୍କା ସମ୍ପତ୍ତ ଶ୍ରୀ ସାହୁ ରଖିଥିବା ଜଣାପଡିଛି । ଶ୍ରୀ ସାହୁ କରୋନା ମହାମାରୀ ସମୟରେ ୨ ଥର ବିଦେଶ ଗସ୍ତ କରିଥିବାର ପ୍ରମାଣ ମିଳିଛି । ଏଥି ସହ ତାଙ୍କ ଘରୁ ବିଡା ବିଡା ବିଦେଶୀ ନୋଟ୍‌ ମଧ୍ୟ ଠାବ କରାଯାଇଛି ।

Leave a Reply

Your email address will not be published. Required fields are marked *