ରାଜ୍ୟରେ ଖୋଲିବ ସିନେମା ହଲ୍ ଓ ମଲ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ମାସରେ ଖୋଲିବ ସିନେମା ହଲ୍ ଓ ମଲ୍। ୫୦ ପ୍ରତିଶତ ଦର୍ଶକକୁ ନେଇ ଚାଲି ପାରିବ ହଲ୍ ଓ ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ୍। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା ଘୋଷଣା।
ରାତି ୮ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା କରାଯାଇଛି । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ସମସ୍ତ ପର୍ଯ୍ୟଟକ ଗାଇଡ୍ଲାଇନ୍ ମାନି ପ୍ରର୍ଯ୍ୟଟନ ସ୍ଥଳୀ ଭିତରକୁ ପ୍ରବେଶ କରିବେ । ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ । ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ ।
ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ମୀନା ବଜାର ଖୋଲାଯାଇପାରିବ । ସରକାରୀ-ବେସରକାରୀ ସ୍ବିମିଂ ପୁଲ ମଧ୍ୟ ଖୋଲା ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।











