ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଛାତ୍ରଛାତ୍ରୀମାନେ ଏଣିକି ନିଜ ସ୍କୁଲରେ ହିଁ ମାଟ୍ରିକ ପରୀକ୍ଷା ଦେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପ୍ରତି ବିଷୟରେ ୮୦ ମାର୍କର ଉତ୍ତର ଦେବେ ପରୀକ୍ଷାର୍ଥୀ । ପୂର୍ବରୁ ୧୦୦ ମାର୍କ ପରୀକ୍ଷା ପାଇଁ ଅଢେଇ ଘଣ୍ଟା ସମୟ ଦିଆଯାଉଥିଲା । ଏବେ ୨ ଘଣ୍ଟା ସମୟ ମିଳିବ । ସେହିପରି ପିଲାମେନ ନିଜ ସ୍କୁଲରେ ପରୀକ୍ଷା ଦେବେ । କିନ୍ତୁ ଅନ୍ୟ ସ୍କୁଲର ଶିକ୍ଷକମାନେ ନିରୀକ୍ଷକ ରହିବେ । ସକାଳ ୮ଟାରୁ ୧୦ଟା ଯାଏଁ ପରୀକ୍ଷା ହେବ ।

ଏତତ୍ ବ୍ୟତୀତ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯିବ । କପି ରୋକିବା ପାଇଁ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ହେବ । ଏପରିକି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ।ସୂଚନାଯୋଗ୍ୟ, ମେ’ ୩ରୁ୧୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ସେହିପରି ମେ’ ୧୫ ତାରିଖରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ପରୀକ୍ଷା ହେବ ।

Leave a Reply

Your email address will not be published. Required fields are marked *