ଆସନ୍ତା ୧୦ରୁ ମାଟ୍ରିକ୍ ଫର୍ମ ପୂରଣ, ଅନଲାଇନ୍‌ରେ ହେବ ପୁରା ପ୍ରକ୍ରିୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଥିବା ବେଳେ ଏବେ ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି।  ଅନଲାଇନ୍‌ରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ପ୍ରକାଶ ପାଇଛି।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଜାନୁଆରୀ ୧୦ରୁ ଫେବୃଆରୀ ୨ ତାରିଖ ଯାଏଁ ଫର୍ମ ପୂରଣ ହେବ । ବିନା ଜରିମାନାରେ ଜାନୁଆରୀ ୨୭  ଫି ଦାଖଲର ଶେଷ ଦିନ ବୋଲି ଧାର୍ଯ୍ୟ କରାଯାଇଛି। ହେଲେ ଜରିମାନା ସହ ଜାନୁଆରୀ ୨୮ ଫି ଦାଖଲର ଶେଷ ତାରିଖ ବୋଲି ଧାର୍ଯ୍ୟ କରାଯାଇଛି।

ଏହାବ୍ୟତୀତ ବିନା ଜରିମାନାରେ ଜାନୁଆରୀ ୨୮ ଫର୍ମ ଦାଖଲର ଶେଷ ତାରିଖ ହୋଇଥିବା ବେଳେ ଜରିମାନା ସହ ଫେବୃଆରୀ ୨ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମ ଦାଖଲ କରି ପାରିବେ।

ଜାନୁଆରୀ ୮ ତାରିଖରୁ ରାଜ୍ୟରେ   କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଉଭୟ କ୍ଲାସ ପାଇଁ ୧୦୦ ଦିନ ପାଠ ପଢ଼ା ହେବ। ଶନିବାର ଓ ରବିବାର ସ୍କୁଲ ବନ୍ଦ ରହିବ ନାହିଁ। ଏହି ଦିନ ମଧ୍ୟ କ୍ଲାସ୍ ଚାଲୁ ରହିବ। ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ପାଠପଢ଼ା ହେବ। ଦ୍ୱାଦଶ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ପାଠପଢ଼ା ଚାଲୁ ରହିବ।

Leave a Reply

Your email address will not be published.