ଆସନ୍ତାକାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

କଟକ, (ଓଡିଶା ଟାଇମ୍): ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀ www.bseodisha.ac.in ଓ  www.bseodisha.nic.in ୱେବ୍‌ସାଇଟ୍‌ରେ ରେଜଲ୍ଟ ଚେକ୍‌ କରିପାରିବେ। ଯଦି ଇଣ୍ଟରନେଟ୍ ସୁବିଧା ନଥାଏ ତା’ହେଲେ ଛାତ୍ରଛାତ୍ରୀ SMS କରି ରେଜଲ୍ଟ ଜାଣି ପାରିବେ।  OR01 < Roll N0 > ଲେଖି 5676750କୁ SMS କଲେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ।

ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ବୋଲି କିଛିଦିନ ପୂର୍ବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ମାଟ୍ରିକ୍‌ ରେଜଲ୍ଟ ବାହାରିବା ନେଇ ସେ କହିଥିଲେ, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି।

 

Leave a Reply

Your email address will not be published. Required fields are marked *