ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ,୪୦ ରୁ ଅଧିକ ଆହତ
ଭୁବନେଶ୍ୱର,(ଓଡିଶା ଟାଇମ୍):ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ଟୋଲ୍ଗେଟ୍ ନିକଟରେ ଏକ ପ୍ରବାସୀ ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୪୦ ଜଣ ଶ୍ରମିକ ସାମନ୍ୟ ଆହତ ହୋଇଥିବା ବେଳେ ୪ ଜଣ ଶ୍ରମିକ ଗୁରୁତର ଅଛନ୍ତି । ସେମାନଙ୍କୁ ଉଦ୍ଧାର କରି ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ଦିନ ୧୦ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।
ସୂଚନାଅନୁସାରେ, କେରଳରୁ ୫୦ଜଣ ପ୍ରବାସୀ ଶ୍ରମିକଙ୍କୁ ଧରି କୋଲକାତା ଫେରୁଥିବା ଏକ ବସ୍ ଲକ୍ଷ୍ମଣନାଥ ଟୋଲ୍ଗେଟ୍ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ ନାଳକୁ ଓଲଟି ପଡ଼ିଥିଲା । ବସ୍ରେ ପାଖାପାଖି ୫୦ଜଣ ଶ୍ରମିକ ଥିଲେ । ଦୁର୍ଘଟଣାରେ ୪ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ୪୬ଜଣ ସାମାନ୍ୟ ଆହତ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ୍ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ।