ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ
ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା ।
ସେ ଯକୃତଜନିତ ରୋଗରେ ମଧ୍ୟ ପୀଡ଼ିତ ଥିଲେ । ମଦନମୋହନ ଦତ୍ତ ୨୦୧୯ ସାଧାରଣ ନିର୍ବାଚନ ଜିତି ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୭୪ , ୮୧୫ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେଡି ନେତା ଜୀବନ ପ୍ରଦୀପ ଦାଶ ୬୧ , ୪୦୯ ଖଣ୍ଡ ଭୋଟ୍ ପାଇଥିଲେ ।
୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଟିକେଟରେ ସେ ବିଧାୟକ ହୋଇଥିଲେ । ବିଜେପି ଜିଲ୍ଲା ସଭାପତି ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମଧ୍ୟ ହୋଇଥିଲେ ।
ମଦନମୋହନଙ୍କ ପରଲୋକ ନେଇ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି।