ରଜରେ ଭିଜୁଛି ଓଡ଼ିଶା; ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା । କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୂଆପଡା, ସମ୍ବଲପୁର,ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ସମେତ ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ୧୮ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ।

ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବା ବେଳେ ଏଥିପାଇଁ ପାଗ ଅନୁକୂଳ ରହିଛି । ଆନ୍ଧ୍ର ପ୍ରଦେଶର ଉତ୍ତର ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓ ଉପକୂଳ ଓଡିଶା ଭିତରେ ଥିବା ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି ।

Leave a Reply

Your email address will not be published.