୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !
ଭୁବନେଶ୍ଵର, (ଓଡିଶା ଟାଇମ୍) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଜଣାପଡ଼ିଛି। ଫଳରେ ଆଗାମୀ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯିବା ସହ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି ।
ଏହାରି ମଧ୍ୟରେ ଆସନ୍ତାକାଲିଠାରୁ ୧୩ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ୧୦ ରେ ୧୩ଜିଲ୍ଲାକୁ ବର୍ଷା ଓ ଘଡ଼ଘଡ଼ିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜୁନ ୧୧ରେ ୮ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଜିଲ୍ଳାଗୁଡ଼ିକରୁ ୪ଜିଲ୍ଲା ଅର୍ଥାତ ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ । ଜୁନ ୧୨ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୪ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ । ଜୁନ ୧୩ରେ ପ୍ରବଳ ବର୍ଷା ଆଶଙ୍କା ନେଇ ୫ଜିଲ୍ଲାକୁ ୟୋଲୋ ୱାର୍ଣ୍ଣି ଜାରି କରାଯାଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ନୂଆପଡ଼ା, ବରଗଡ଼, ବଲାଙ୍ଗିର ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାବାସୀଙ୍କୁ ଜୁନ୍ ୧୩ ତାରିଖ ସକାଳ ସାଢ଼େ ୮ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।