ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲି କେନ୍ଦ୍ରାପଡ଼ା, ଭଦ୍ରକ, ସୋନପୁର,କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ ।

ସେହିପରି ଆସନ୍ତା ୧୪ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନାଗିରି ଓ କନ୍ଧମାଳ ଆଜି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave a Reply

Your email address will not be published.