ରାଜ୍ୟରେ କରୋନା ନେଲା ଆଉ ୧୦ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୬, ଗଜପତିରୁ ଜଣେ, ଖୋର୍ଦ୍ଧାରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଏବଂ ଭୁବନେଶ୍ବରରୁ ଜଣେ ରହଛନ୍ତି । ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଖୋର୍ଦ୍ଧା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା । ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୫୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କରୋନାରୀ ଧମନୀ ରୋଗ, ଡାହାଣ ନିମୋଥୋରାକ୍ସ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

Leave a Reply

Your email address will not be published.