ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ଆଉ ୧୨୩ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୬୦୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୨୩ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩୫, କଟକରୁ ୨୨, ନୁଆପଡ଼ା ଓ ବଲାଙ୍ଗିରରୁ ୧୪ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, ବାଲେଶ୍ୱର, ଢ଼େଙ୍କାନାଳ ଓ ନୟାଗଡ଼ରୁ ୩ଜଣ ଲେଖାଏଁ, ଅନୁଗୁଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 ସୂଚନାନୁଯାୟୀ, ଆଜି ରାଜ୍ୟରେ ୧୩୦ କୋରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ୧୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ୧୬୦୪ ବୃଦ୍ଧି ପାଇଛି ।

Leave a Reply

Your email address will not be published.