ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୫୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ନୟାଗଡରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ରାୟଗଡ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।