ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଭୁବନେଶ୍ୱରର ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୭୨ବର୍ଷ ଓ ସେ ପୁରୁଷ ବୋଲି ଜଣପଡିଛି । ସେହିପରି ଗଞ୍ଜାମ ଜିଲ୍ଲାରୁ ଜଣେ ୮୬ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଆଉ ଜଣେ ୬୫ବର୍ଷୀୟ ପୁରୁଷ ବୋଲି ଜଣାପଡିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.