ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.