ରାଜ୍ୟରେ ଆଉ ୬୩ କୋରୋନା ସଂକ୍ରମିତ ଚିହ୍ନଟ,୧୭୨୩ କୁ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।
ଆଜି ଚିହ୍ନଟ ହୋଇଥିବା ୬୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି ଜଗସିଂହପୁର ଜିଲ୍ଲାରୁ ୧୧ଜଣ, ଢ଼େଙ୍କାନାଲ ଜିଲ୍ଲାର ୯ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ ଏବଂ ଗଞ୍ଜାମ ଜିଲ୍ଲାରୁ ୪ଜଣ, ବାଲେଶ୍ବର ଓ କଟକ ଜିଲ୍ଲାରୁ ୩ଜଣ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିଭଳି ସମ୍ବଲପୁର, କୋରାପୁଟ, ଝାଡ଼ସୁଗୁଡ଼ା, ପୁରୀ, ମୟୂରଭଞ୍ଜ, ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ କ୍ବାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୨ଜଣ ସଂକ୍ରମିତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି ।