ଭୁବନେଶ୍ୱର,(ଓଡ଼ି଼ିଶା ଟାଇମ୍): ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ଆଉ ୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୭୬ ସଂକ୍ରମିତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ନୂଆ ଚିହ୍ନଟ ୭୬ଙ୍କ ମଧ୍ୟରୁ ୭୪ ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବାବେଳେ ୨ ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି । ଆଜି ଚିହ୍ନଟ ହୋଇଥିବା ୭୬ ଜଣ ୧୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିରରୁ ୧୬, ଖୋର୍ଦ୍ଧା ଓ ନୂଆପଡ଼ାରୁ ୧୩, କଟକରୁ ୧୧, ଗଞ୍ଜାମରୁ ୧୦, ଜଗତ୍ସିଂହପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର, ସୁନ୍ଦରଗଡ଼ ଓ ନୟାଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।