ରାଜଧାନୀରୁ ମୁଣ୍ଡବିହୀନ ଶବ ମିଳିବା ଘଟଣା, ପୁଲିସକୁ ମିଳିଲା ମୃତ ମହିଳାଙ୍କ ପରିଚୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରର ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଗତ ମାସରେ ଜଣେ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ପରେ ତାଙ୍କ ପରିଚୟ ଜାଣିବାକୁ କମିଶନରେଟ ପୁଲିସ ଉଦ୍ୟମ ଜାରି ରଖିଥିଲା ବେଳେ କମିଶନରେଟ ପୁଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ଖୁବଶୀଘ୍ର କମିଶନରେଟ୍‌ ପୁଲିସ ଏ ନେଇ ସମସ୍ତ ତଥ୍ୟ ପ୍ରେସମିଟ୍‌ ଜରିଆରେ ସୂଚନା ଦେବେ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ଗତ ୪ତାରିଖ ଦିନ ଭୁବନେଶ୍ୱର ଭୁବନେଶ୍ବର ଅନ୍ଧାରୁଆ-ଦାସପୁର ରାସ୍ତା କଡରୁ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିଲା। ମହିଳାଙ୍କୁ ଆଣି ଏହିଠାରେ ହତ୍ୟା କରାଯାଇଛି ନା ବାହାରେ ହତ୍ୟାକରି ମହିଳାଙ୍କୁ ଏଠାରେ ଫୋପାଡି ଦିଆଯାଇଛି ତାର ତଦନ୍ତ ଜାରି ରଖିଛି କମିସନରେଟ ପୁଲିସ । ଅନ୍ୟପକ୍ଷରେ ମୃତ ମହିଳାଙ୍କ ପରିଚୟ ମଧ୍ୟ ମିଳିପାରି ନ ଥିଲା। ଯାହାକି ଏକ ଚିନ୍ତାର ବିଷୟ ପାଲଟିଥିଲା ।  ମହିଳାଙ୍କ ପରିଚୟ ଜାଣିବା ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଥିବା ଗତକାଲି କମିଶନରେଟ ପୁଲିସ୍‌ ପକ୍ଷରୁ କୁହାଯାଇଥିଲା।

ମହିଳାଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଓ ଆଖପାଖ ଥାନାକୁ ପୁଲିସ ଖବର ଦେଇଥିଲା। ଜଣେ ଆଡିସିନାଲ୍‌ ଏସ୍‌ପି ରାଙ୍କର ଅଫିସରଙ୍କ ତତ୍ତ୍ୱବଧାନରେ ଏକ ୫ ଜଣିଆ ଟିମ୍‌ ଘଟଣାର ତଦନ୍ତ କରୁଥିବା ବେଳେ ମହିଳାଙ୍କ ପରିଚୟ ଜାଣିବା ପାଇଁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଷ୍ଟର ମଧ୍ୟ ମରାଯାଇଥିଲା। ମହିଳାଙ୍କ ସମ୍ପର୍କରେ ସୂଚନା ଦେଲେ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି ପୂର୍ବରୁ ପୁଲିସ ଘୋଷଣା କରିଥିଲା

Leave a Reply

Your email address will not be published.