ପରୀ ହତ୍ୟା ମାମଲା : ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି
ଭୁବନେଶ୍ବର, (ଓଡିଶା ଟାଇମ୍) : ନୟାଗଡ଼ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ SIT ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଛି ରିପୋର୍ଟ। ବନ୍ଦ ଲଫାଫାରେ ଏହି ରିପୋର୍ଟ ଦିଆଯାଇଥିଲେ ହେଁ ଏଥିରେ ଚାଞ୍ଚଲ୍ୟକର ତଥ୍ୟ ଥିବା ସୂଚନା ମିଳିଛି। ଆସନ୍ତା ୨୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପରବର୍ତ୍ତୀ ଶୁଣାଣି ସମୟରେ ବନ୍ଦ ଲଫାପାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ତଦନ୍ତର ଅଗ୍ରଗତି ସମ୍ପର୍କରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ପୂର୍ବ ନିର୍ଦ୍ଦେଶ ଅନୁସାରେ ଆଜି ଏସପି ସତ୍ୟପାଠ ଦାଖଲ କରିଛନ୍ତି ।











