ଆଜିଠାରୁ ଖୋଲିଲା ନନ୍ଦନକାନନ

ଭୁବନେଶ୍ବର, (ଓଡିଶା ଟାଇମ୍): ମଙ୍ଗଳବାରଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍ । ଦୀର୍ଘ ୩ ମାସ ପରେ ଚିଡିଆଖାନା ବୁଲିବେ ପର୍ଯ୍ୟଟକ। ତେବେ କୋରାନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିବ।

ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରି ଚାଳିତ ଗାଡ଼ିକୁ ଅନୁମତି ମିଳିବ ନାହିଁ । ଏମିତିକି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯିବ ନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯିବ । ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡ୍ ଲାଇନ୍ ରେ ଅନୁମତି ଦେଇଛନ୍ତି । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି ।

ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦ୍ୱରତ୍ୱ ରଖିବାକୁ ହେବ । ସେହିପରି ବଟାନିକାଲ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଧ୍ୟ କରୋନା କଟକଣା ମାନିବେ । ତେବେ ବର୍ତ୍ତମାନ ବଟାନିକାଲ ଗାର୍ଡେନରେ ବଣଭୋଜିକୁ ବନ୍ଦ ରଖାଯାଇଛି ।

Leave a Reply

Your email address will not be published. Required fields are marked *