୧୫ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ନରେନ୍ଦ୍ର ମୋଦୀ ସରକାରର ଦ୍ଵିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇଛି। ବୁଧବାର ସନ୍ଧ୍ୟା ୬ଟାରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନର ଦରବାଲ ହଲ୍‌ରେ ଆୟୋଜିତ ସ୍ଵତନ୍ତ୍ର ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମନ୍ତ୍ରୀମାନଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡକ ଓ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ, ସିଡିଏସ ବିପିନ କୁମାର ରାଓ୍ଵତଙ୍କ ସହ ଅନେକ ବରିଷ୍ଠ ମନ୍ତ୍ରୀ ଓ ନେତା ଉପସ୍ଥିତ ଥିଲେ।

ପ୍ରଥମେ ୧୫ ଜଣ କ୍ୟାବିନେଟ୍ ମନ୍ତ୍ରୀ ଶପଥ ନେଇଛନ୍ତି। କ୍ୟାବିନେଟ୍ ମନ୍ତ୍ରୀ ଭାବେ ନାରାୟଣ ଟାଟୁ ରାଣେ, ସର୍ବାନନ୍ଦ ସୋନୋଓ୍ଵାଲ,  ଡ. ବୀରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ,  ଅଶ୍ଵିନୀ ବୈଷ୍ଣବ, ପଶୁପତି କୁମାର ପାର,  କିରେନ ରିଜିଜୁ, ରାଜ କୁମାର ସିଂହ, ହରଦୀପ ସିଂହ ପୁରୀ, ମନସୁଖ ପାଣ୍ଡଭିୟ, ଭୂପେନ୍ଦ୍ର ଯାଦବ, ପୁରୁଷତ୍ତୋମ ରୂପାଲା, ଜି.କିଶନ ରେଡ୍ଡୀ, ଅନୁରାଗ ଠାକୁର ଶପଥ ନେଇଛନ୍ତି।

Leave a Reply

Your email address will not be published. Required fields are marked *