୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍‌ ଟର୍ମିନାଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କରିବାକୁ ପହଞ୍ଚିଥିଲେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆନ୍ତର୍ଜାତୀୟ ସ୍ତରରେ ବସଷ୍ଟାଣ୍ଡ ପାଇଁ ରାଜ୍ୟ ସରକାର ଯୋଜନା କରିଥିବା ବେଳେ ଏନେଇ କାର୍ଯ୍ୟ କେତେ ବାଟ ଆଗେଇଛି ସେନେଇ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।

ତେବେ ୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାମ । ଏଥିପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା । ନୂଆ ବସଷ୍ଟାଣ୍ଡ ଟର୍ମିନାଲ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା । ତେବେ ଏନେଇ ସମୀକ୍ଷା ପରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି । ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ (Transformation) କାର୍ଯ୍ୟ ହାତକୁ ନିଆଯାଇଛି ।
ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ  ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ  ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) । ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *