ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କ ଜୀବନରେ ବିକାଶର ଆଲୋକ ଭରିଦେବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବ‌ା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଟିକା ବାହାରିବା ପର୍ଯ୍ୟନ୍ତ କୋଭିଡ଼ ନିୟମ ପାଳନ କରିବା ପାଇଁ ସେ ଆହ୍ୱାନ ଦେଇଛନ୍ତି ।

ଠିକ୍ ଭାବରେ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଅତ୍ୟନ୍ତ ଜରୁରୀ ବୋଲି ସେ ଟୁଇଟ କରି କହିଛନ୍ତି । ବାଣ ନଫୁଟାଇ କେବଳ ଦୀପ ଜଳାଇ ଦୀପାବଳି ପାଳନ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହା ସହ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାର ଲାଲ୍ ନେହେରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଟୁଇଟରେ ଲେଖାଯାଇଛି ଯେ‌, ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।

Leave a Reply

Your email address will not be published. Required fields are marked *