ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ। ଏହା ପୂର୍ବରୁ ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ତିନିଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ହୋମ୍ କ୍ବାରେଣ୍ଟାଇନ୍ରେ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ଏମାନଙ୍କ ମଧ୍ୟରୁ ଜୟଦେହବିହାର ଅଞ୍ଚଳର ଜଣେ ମହିଳା ଅଛନ୍ତି।
ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।